Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରିପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ଵାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ଵୀକାର କରି ନାହଁ।

Gade chapit la Kopi

ଓଡିଆ ବାଇବେଲ

8 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତୁମ କାର୍ଯ୍ୟକଳାପ ମୁଁ ଜାଣେ; ଏ ପର୍ଯ୍ୟନ୍ତ ତୁମର ଯତ୍କିଞ୍ଚିତ୍ ଶକ୍ତି ରହିଛି, ଏହା ମଧ୍ୟ ଜାଣେ; ତୁମେ ମୋର ଶିକ୍ଷା ପାଳନ କରି ଆସିଛ ଏବଂ ମୋ’ ପ୍ରତି ବିଶ୍ୱସ୍ତ ରହିଛ। ତେଣୁ ମୁଁ ତୁମ ସମ୍ମୁଖରେ ଏକ ଦ୍ୱାର ଖୋଲିଛି। ତାହା କେହି ବନ୍ଦ କରିପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 “ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ।

Gade chapit la Kopi




ପ୍ରକାଶିତ 3:8
25 Referans Kwoze  

କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,


ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ।


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।


“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।


ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;


“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।


Swiv nou:

Piblisite


Piblisite