Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ।

Gade chapit la Kopi

ଓଡିଆ ବାଇବେଲ

7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡନ୍ତା ଉତ୍କ୍ରୋଶ ପକ୍ଷୀ ସଦୃଶ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ପ୍ରଥମ ପ୍ରାଣୀଟି ସିଂହ ପରି ଦେଖାଯାଉଥିଲା; ଦ୍ୱିତୀୟଟି ଷଣ୍ଢ ପରି ଦିଶୁଥିଲା। ତୃତୀୟଟିର ମୁଖ ମନୁଷ୍ୟର ମୁଖ ପରି ଥିଲା ଏବଂ ଚତୁର୍ଥଟି ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଦିଶୁଥିଲା।

Gade chapit la Kopi

ପବିତ୍ର ବାଇବଲ

7 ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ୱିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ୟର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।

Gade chapit la Kopi




ପ୍ରକାଶିତ 4:7
20 Referans Kwoze  

ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।


ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ-ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।


ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା।


ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।


ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।


ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।


ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଲାଇ ଆଣିବା।


ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।


ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।


ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”


ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”


ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।


ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।


ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।


Swiv nou:

Piblisite


Piblisite