Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପୁଣି ଈଶ୍ୱରଙ୍କର ସେବା କରିବା ନିମନ୍ତେ ସେମାନଙ୍କୁ ଏକ ଯାଜକ ଗୋଷ୍ଠୀରେ ପରିଣତ କରିଅଛ ଏବଂ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”

Gade chapit la Kopi




ପ୍ରକାଶିତ 5:10
9 Referans Kwoze  

ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍।


ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।


ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍‍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’


ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।


Swiv nou:

Piblisite


Piblisite