Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ଉଚ୍ଚ ସ୍ଵରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହୁଥିଲେ, “ସର୍ବତୋଭାବେ ପବିତ୍ର ଓ ସତ୍ୟମୟ ପ୍ରଭୁ ଈଶ୍ୱର! ପୃଥିବୀରେ ଯେଉଁମାନେ ଆମକୁ ହତ୍ୟା କରିଥିଲେ, ସେମାନଙ୍କୁ ବିଚାର କରି ଶାସ୍ତି ଦେବାକୁ ଆଉ କେତେ କାଳ ବିଳମ୍ବ କରିବ?”

Gade chapit la Kopi

ପବିତ୍ର ବାଇବଲ

10 ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?”

Gade chapit la Kopi




ପ୍ରକାଶିତ 6:10
33 Referans Kwoze  

କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”


ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।


ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”


ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।


ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।


ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”


ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?


ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”


ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”


ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?


“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।


ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।


Swiv nou:

Piblisite


Piblisite