Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍।

Gade chapit la Kopi

ଓଡିଆ ବାଇବେଲ

12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 “ଆମେନ୍! ପ୍ରଶଂସା, ଗୌରବ, ପ୍ରଜ୍ଞା, ଧନ୍ୟବାଦ, ସମ୍ଭ୍ରମ, କ୍ଷମତା ଓ ପରାକ୍ରମ ଯୁଗେ ଯୁଗେ ଈଶ୍ୱରଙ୍କର ପ୍ରାପ୍ୟ, ଆମେନ୍!"

Gade chapit la Kopi

ପବିତ୍ର ବାଇବଲ

12 ସେମାନେ କହିଲେ, “ଆମେନ୍! ପ୍ରଶଂସା, ମହିମା, ଧନ୍ୟବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଅଟେ। ଆମେନ୍!”

Gade chapit la Kopi




ପ୍ରକାଶିତ 7:12
27 Referans Kwoze  

ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।


ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍‍ ହାଲ୍ଲିଲୂୟା।”


ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।


ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।


ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”


ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;


ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।


ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍‍, ଆମେନ୍‍।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।


ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।


ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;


କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।


ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”


ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍‍ କହିବ?


Swiv nou:

Piblisite


Piblisite