Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରାଣ ଭାଙ୍ଗିଲେ, ସେତେବେଳେ ସ୍ଵର୍ଗରେ ପ୍ରାୟ ଅର୍ଦ୍ଧ ଘଟିକା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ମେଷଶାବକ ସପ୍ତମ ମୋହରଟି ଭାଙ୍ଗିବା କ୍ଷଣି ସ୍ୱର୍ଗରେ ପ୍ରାୟ ଅଧଘଣ୍ଟା ଯାଏ ସମ୍ପୂର୍ଣ୍ଣ ନିସ୍ତବ୍ଧତା ବିରାଜମାନ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ମେଷଶାବକ ସପ୍ତମ ମୁଦ୍ରା ଖୋଲିଲେ। ସେତେବେଳେ ସ୍ୱର୍ଗରେ ଅଧଘଣ୍ଟା ପର୍ଯ୍ୟନ୍ତ ନୀରବତା ଥିଲା।

Gade chapit la Kopi




ପ୍ରକାଶିତ 8:1
14 Referans Kwoze  

ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।


ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।


ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,


ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।


ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।


ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।


ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।


ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।


ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।


Swiv nou:

Piblisite


Piblisite