Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଳେଶ ଦ୍ଵାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।

Gade chapit la Kopi

ଓଡିଆ ବାଇବେଲ

18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ପୁଣି ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକରୂପ ତିନୋଟି ମହାମାରୀ ନିର୍ଗତ ହେଲା। ଏହି ମହାମାରୀଗୁଡ଼ିକର ପ୍ରାଦୁର୍ଭାବରେ ମନୁଷ୍ୟ ଜାତିର ଏକ ତୃତୀୟାଂଶ ମୃତ୍ୟୁ ମୁଖରେ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

18 ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ।

Gade chapit la Kopi




ପ୍ରକାଶିତ 9:18
9 Referans Kwoze  

ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।


ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।


ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତ-ମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।


ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,


ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା।


ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;


ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।


ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।


କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।


Swiv nou:

Piblisite


Piblisite