Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହିପ୍ରକାର।

Gade chapit la Kopi

ଓଡିଆ ବାଇବେଲ

5 ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପୁଣି ସେମାନଙ୍କୁ ହତ୍ୟା ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ କେବଳ ଉତ୍ପୀଡ଼ନ କରିବାକୁ ପଙ୍ଗପାଳମାନେ କ୍ଷମତା ପାଇଥିଲେ। ସେହି ଉତ୍ପୀଡ଼ନ, କଙ୍କଡ଼ାବିଛାର କାମୁଡ଼ା ପରି ଉକ୍ରଟ ଥିଲା।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ମନୁଷ୍ୟମାନଙ୍କୁ ମାରିଦେବା ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ଯ୍ୟନ୍ତ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଅନୁମତି ଦିଆଯାଇଥିଲା। ସେହି ଯନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ଯନ୍ତ୍ରଣାଦାୟକ ହେବ।

Gade chapit la Kopi




ପ୍ରକାଶିତ 9:5
12 Referans Kwoze  

ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।


ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”


ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।


ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।


ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।


ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”


ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।


ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


Swiv nou:

Piblisite


Piblisite