Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ଵେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।

Gade chapit la Kopi

ଓଡିଆ ବାଇବେଲ

6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେହି ସମୟ ଭିତରେ ଉତ୍ପୀଡ଼ିତ ଲୋକମାନେ ମୃତ୍ୟୁର ଅନ୍ୱେଷଣ କଲେ, କିନ୍ତୁ ପାଇଲେ ନାହିଁ। ସେମାନେ ମୃତ୍ୟୁ କାମନା କଲେ, ମାତ୍ର ମୃତ୍ୟୁ ସେମାନଙ୍କ ନିକଟରୁ ପଳାୟନ କଲା।

Gade chapit la Kopi

ପବିତ୍ର ବାଇବଲ

6 ସେହି ସମୟରେ ଲୋକମାନେ ମରଣ ଗ୍ଭହିଁବେ, କିନ୍ତୁ ମରିପାରିବେ ନାହିଁ। ମରଣ ଖୋଜିବା ସତ୍ତ୍ୱେ ମରଣ ସେମାନଙ୍କୁ ମିଳିବ ନାହିଁ।

Gade chapit la Kopi




ପ୍ରକାଶିତ 9:6
9 Referans Kwoze  

ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।


ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’


ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,


ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।


ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।


ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’


Swiv nou:

Piblisite


Piblisite