Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଲୌହ ଉରସ୍ତ୍ରାଣ ପରି ସେମାନଙ୍କର ଉରସ୍ତ୍ରାଣ, ପୁଣି ରଥ ଓ ରଣକ୍ଷେତ୍ରରେ ଧାବମାନ ଅନେକ ଅଶ୍ଵଙ୍କ ଶଦ୍ଦ ପରି ସେମାନଙ୍କ ପକ୍ଷର ଶଦ୍ଦ।

Gade chapit la Kopi

ଓଡିଆ ବାଇବେଲ

9 ଲୌହ ଉରସ୍ତ୍ରାଣ ପରି ସେମାନଙ୍କର ଉରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେମାନଙ୍କ ବକ୍ଷ ଦେଶକୁ ଲୌହ ଉରସ୍ତ୍ରାଣ ପରି କୌଣସି ପଦାର୍ଥ ଆବୃତ୍ତ କରିଥିଲା ଏବଂ ଅନେକ ଅଶ୍ୱ ଦ୍ୱାରା ଟଣା ହେଉଥିବା ରଥର ନିର୍ଘୋଷ ପରି ସେମାନଙ୍କ ଡ଼େଣାମାନଙ୍କରୁ ଶବ୍ଦ ବାହାରୁ ଥିଲା।

Gade chapit la Kopi

ପବିତ୍ର ବାଇବଲ

9 ସେମାନେ ଛାତିରେ ଲୁହାର ସାଞ୍ଜୁ ପିନ୍ଧିଲା ଭଳି ଦିଶୁଥିଲେ। ସେମାନଙ୍କର ଡେଣାର ଶବ୍ଦ ଯୁଦ୍ଧକୁ ଦୌଡ଼ୁଥିବା ଅନେକ ଘୋଡ଼ା ଓ ରଥର ଶବ୍ଦ ଭଳି ଥିଲା।

Gade chapit la Kopi




ପ୍ରକାଶିତ 9:9
8 Referans Kwoze  

ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।


ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।


ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।


ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;


Swiv nou:

Piblisite


Piblisite