Biblia Todo Logo
Bib sou entènèt

- Piblisite -




ରୋମୀୟ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ମୁଁ ସୁସମାଚାର ସମ୍ଵନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ପ୍ରତ୍ୟେକ ବିଶ୍ଵାସୀ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେହି ସୁସମାଚାର ଉପରେ ମୋର ପୂର୍ଣ୍ଣ ଆସ୍ଥା ରହିଛି। ତାହା ପ୍ରଥମତଃ ଇହୁଦୀ ଓ ତା’ପରେ ଅଣଇହୁଦୀ ବିଶ୍ୱାସୀମାନଙ୍କର ପରିତ୍ରାଣ ସାଧନ ପାଇଁ ଈଶ୍ୱରଙ୍କ ମହାଶକ୍ତି ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।

Gade chapit la Kopi




ରୋମୀୟ 1:16
38 Referans Kwoze  

ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।


ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।


ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।


କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।


ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?


ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।


ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,


ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।


ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।


ଅର୍ଥାତ୍‍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,


ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,


ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,


ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?


Swiv nou:

Piblisite


Piblisite