Biblia Todo Logo
Bib sou entènèt

- Piblisite -




ରୋମୀୟ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯେଣୁ ଈଶ୍ଵରଙ୍କ ସମ୍ଵନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ଵର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଈଶ୍ୱର ସେମାନଙ୍କୁ ଦଣ୍ଡ ଦିଅନ୍ତି, କାରଣ ଈଶ୍ୱରଙ୍କ ବିଷୟରେ ଯାହା ଜାଣିବା କଥା, ସେମାନେ ତାହା ଜାଣିଛନ୍ତି - ଈଶ୍ୱର ନିଜେ ତାହା ସ୍ପଷ୍ଟ କରି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି।

Gade chapit la Kopi




ରୋମୀୟ 1:19
9 Referans Kwoze  

ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।


ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?


ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;


Swiv nou:

Piblisite


Piblisite