Biblia Todo Logo
Bib sou entènèt

- Piblisite -




ରୋମୀୟ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ସେମାନେ ଈଶ୍ଵରଙ୍କୁ ଜାଣି ତାହାଙ୍କୁ ଈଶ୍ଵର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;

Gade chapit la Kopi

ଓଡିଆ ବାଇବେଲ

21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେମାନେ ଈଶ୍ୱରଙ୍କ ପରିଚୟ ପାଇ ସୁଦ୍ଧା ତାଙ୍କୁ ଉପଯୁକ୍ତ ସମ୍ମାନ ଦେଇ ନାହାନ୍ତି କିମ୍ବା ତାଙ୍କୁ କୌଣସି ବିଷୟ ପାଇଁ ଧନ୍ୟବାଦ ଦେଉ ନାହାନ୍ତି। ବରଂ ସେମାନଙ୍କ ଚିନ୍ତାସବୁ ଅସାର ଓ ସେମାନଙ୍କର ନିର୍ବୋଧ ମନ ଅନ୍ଧକାରାଚ୍ଛନ୍ନ।

Gade chapit la Kopi

ପବିତ୍ର ବାଇବଲ

21 ଲୋକେ ପରମେଶ୍ୱରଙ୍କୁ ଜାଣିଥିଲେ। କିନ୍ତୁ ସେମାନେ ପରମେଶ୍ୱରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ୟବାଦ ଜଣାଇଲେ ନାହିଁ। ଲୋକଙ୍କ ଚିନ୍ତାଧାରା ନିରର୍ଥକ ହେଲା। ସେମାନଙ୍କର ଜ୍ଞାନ ଅନ୍ଧକାରରେ ଭରିଗଲା।

Gade chapit la Kopi




ରୋମୀୟ 1:21
34 Referans Kwoze  

ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?


ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”


କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,


ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।


ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍‍ଜା କରି ରଖ।”


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।


ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।


ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।


ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;


ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।


Swiv nou:

Piblisite


Piblisite