Biblia Todo Logo
Bib sou entènèt

- Piblisite -




ରୋମୀୟ 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ଯେପରି ସେମାନେ ଈଶ୍ଵର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ଵୀକୃତ ହେଲେ, ସେହିପରି ଈଶ୍ଵର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

28 ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ।

Gade chapit la Kopi




ରୋମୀୟ 1:28
33 Referans Kwoze  

କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।


ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।


ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।


ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।


ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।”


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;


“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?


ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।


ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।


କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।


ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,


ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।


ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,


ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,


ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।


କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।


ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।


ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।


ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;


ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।


Swiv nou:

Piblisite


Piblisite