Biblia Todo Logo
Bib sou entènèt

- Piblisite -




ରୋମୀୟ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଯେଉଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ଆହ୍ଵାନ ପ୍ରାପ୍ତ ହୋଇଅଛ,

Gade chapit la Kopi

ଓଡିଆ ବାଇବେଲ

5 ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଖ୍ରୀଷ୍ଟଙ୍କ ଲାଗି ଈଶ୍ୱର ମୋତେ ପ୍ରେରିତ ଶିଷ୍ୟରୂପେ ମନୋନୀତ କରି ସବୁ ଜାତିର ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ ସୁଯୋଗ ଦେଇଛନ୍ତି - ଯେପରି ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ କରି ତାଙ୍କର ଆଜ୍ଞାବହ ହେବେ।

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି।

Gade chapit la Kopi




ରୋମୀୟ 1:5
24 Referans Kwoze  

କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।


ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”


ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ।


କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


Swiv nou:

Piblisite


Piblisite