Biblia Todo Logo
Bib sou entènèt

- Piblisite -




ରୋମୀୟ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତେବେ ଯାହାଙ୍କୁ ସେମାନେ ବିଶ୍ଵାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ଵାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?

Gade chapit la Kopi

ଓଡିଆ ବାଇବେଲ

14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ତାଙ୍କଠାରେ ବିଶ୍ୱାସ ନ କରି ସେମାନେ କିପରି ତାଙ୍କୁ ପ୍ରାର୍ଥନା କରିବେ? ପୁଣି ତାଙ୍କ ବିଷୟରେ ସୁସମାଚାର ନ ଶୁଣି ସେମାନେ କିପରି ବିଶ୍ୱାସ କରିବେ?

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ଲୋକେ ବିଶ୍ୱାସ କଲା ପରେ ହିଁ ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକି ପାରିବେ। ତାହାଙ୍କ ବିଷୟରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟରେ ବିଶ୍ୱାସ କରି ପାରିବେ। କିଏ ଜଣେ ସେମାନଙ୍କୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟରେ ଶୁଣି ପାରିବେ।

Gade chapit la Kopi




ରୋମୀୟ 10:14
22 Referans Kwoze  

ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।


ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।


ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।


ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।


ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ।


ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।


ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।


ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି?


ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;


କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?


ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’


Swiv nou:

Piblisite


Piblisite