Biblia Todo Logo
Bib sou entènèt

- Piblisite -




ରୋମୀୟ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅତଏବ, ବିଶ୍ଵାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ଵାରା ହୁଏ।

Gade chapit la Kopi

ଓଡିଆ ବାଇବେଲ

17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସୁସମାଚାର ଶୁଣିବା ଦ୍ୱାରା ବିଶ୍ୱାସ ଜାତ ହୁଏ ଏବଂ ଖ୍ରୀଷ୍ଟଙ୍କୁ ପ୍ରଚାର କରିବା ହିଁ ସେହି ସୁସମାଚାର।

Gade chapit la Kopi

ପବିତ୍ର ବାଇବଲ

17 ସୁସମାଗ୍ଭର ଶୁଣିଲେ ବିଶ୍ୱାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟରେ କହିଲେ ଲୋକେ ଶୁଣନ୍ତି।

Gade chapit la Kopi




ରୋମୀୟ 10:17
24 Referans Kwoze  

ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?


ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”


ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।


କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।


“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।


ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।


Swiv nou:

Piblisite


Piblisite