Biblia Todo Logo
Bib sou entènèt

- Piblisite -




ରୋମୀୟ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ଦ୍ଵାରା ବଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ବ୍ୟବସ୍ଥା ପାଳନ କରିବା ଦ୍ୱାରା ଧାର୍ମିକ ହେବା ବିଷୟରେ ମୋଶା ଲେଖିଛନ୍ତି: “ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି, ସେମାନେ ବଞ୍ଚିବେ।”

Gade chapit la Kopi

ପବିତ୍ର ବାଇବଲ

5 ବ୍ୟବସ୍ଥା ପାଳନ ଦ୍ୱାରା ଧାର୍ମିକ ହେବା ବିଷୟରେ ମୋଶା କହିଛନ୍ତି: “ଯେଉଁ ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ଯ୍ୟ ବ୍ୟବସ୍ଥା ଅନୁସାରେ କରିବା ଆବଶ୍ୟକ।”

Gade chapit la Kopi




ରୋମୀୟ 10:5
11 Referans Kwoze  

ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।


ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।


ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!


ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।


ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।


ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


Swiv nou:

Piblisite


Piblisite