Biblia Todo Logo
Bib sou entènèt

- Piblisite -




ରୋମୀୟ 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେପରି କୌଣସି ପ୍ରକାରେ ମୋହର ସ୍ଵଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।

Gade chapit la Kopi

ଓଡିଆ ବାଇବେଲ

14 ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରି ପାରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଏଥିଦ୍ୱାରା ଯଦି ମୋ’ ସ୍ୱଜାତିର ଲୋକମାନଙ୍କୁ ଈର୍ଷାନ୍ୱିତ କରିପାରେ, ହୁଏତ ସେମାନଙ୍କ ମଧ୍ୟରୁ କେତେକଙ୍କୁ ରକ୍ଷା କରିପାରିବି।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉ‌‌‌ଦ୍‌‌‌ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି।

Gade chapit la Kopi




ରୋମୀୟ 11:14
19 Referans Kwoze  

ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।


କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।


ତେବେ ମୁଁ ପଚାରେ, କଅଣ ଯିହୁଦୀମାନେ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍‍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୁଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି।


ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।


କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।


ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।


ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।


ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’


କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।


ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


Swiv nou:

Piblisite


Piblisite