Biblia Todo Logo
Bib sou entènèt

- Piblisite -




ରୋମୀୟ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ତାହାଙ୍କୁ ଈଶ୍ବର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ଅନ୍ୟ ବାଆଲ୍ ଦେବତା ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ତାଙ୍କୁ ଈଶ୍ଵର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।”

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? "ଯେଉଁମାନେ ବାଆଲ୍‍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।'

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଏଲିୟଙ୍କୁ ଈଶ୍ୱର କି ଉତ୍ତର ଦେଇଥିଲେ? “ଭଣ୍ଡ ଦେବତା ବାଲ୍ ମୂର୍ତ୍ତିକୁ ପୂଜା କରି ନ ଥିବା ସାତ ହଜାର ଲୋକଙ୍କୁ ଆମ୍ଭ ନିମନ୍ତେ ରଖିଛୁ।”

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ତାହାଙ୍କୁ ପରମେଶ୍ୱରଙ୍କର ଉତ୍ତର କ’ଣ ଥିଲା? “ବାଆଲ ଆଗରେ ଆଣ୍ଠୁମାଡ଼ି ନ ଥିବା ସାତହଜାର ଲୋକଙ୍କୁ ଏବେ ମଧ୍ୟ ମୁଁ ନିଜ ପାଇଁ ରଖିଛି।”

Gade chapit la Kopi




ରୋମୀୟ 11:4
12 Referans Kwoze  

ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍‍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”


ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।


ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।


ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।


ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।


ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।


ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;


Swiv nou:

Piblisite


Piblisite