Biblia Todo Logo
Bib sou entènèt

- Piblisite -




ରୋମୀୟ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;

Gade chapit la Kopi

ଓଡିଆ ବାଇବେଲ

7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତେବେ କ’ଣ ହେଲା? ଇଶ୍ରାଏଲୀୟମାନେ ଯାହା ଖୋଜୁଥିଲେ, ତାହା ପାଇଲେ ନାହିଁ। କେବଳ ଈଶ୍ୱର ମନୋନୀତ କରିଥିବା ଗୋଟିଏ ଛୋଟ ଦଳ ତା’ର ସନ୍ଧାନ ପାଇଲେ। ଅନ୍ୟ କେହି ଈଶ୍ୱରଙ୍କ ଆହ୍ୱାନ ପ୍ରତି ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ଇସ୍ରାଏଲର ଲୋକେ ଯାହା ପାଇଁ ପରମେଶ୍ୱରଙ୍କଠାରେ ଧାର୍ମିକ ହେବା ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ଼ ହୋଇ ପରମେଶ୍ୱରଙ୍କ କଥା ଶୁଣିବା ପାଇଁ ମନା କଲେ।

Gade chapit la Kopi




ରୋମୀୟ 11:7
25 Referans Kwoze  

ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।


ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?


ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।


ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?


ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।


ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।


ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,


“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”


“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।


ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।


ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।


କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।


ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;


Swiv nou:

Piblisite


Piblisite