Biblia Todo Logo
Bib sou entènèt

- Piblisite -




ରୋମୀୟ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।

Gade chapit la Kopi

ଓଡିଆ ବାଇବେଲ

15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସୁଖୀ ଲୋକମାନଙ୍କର ସହିତ ଆନନ୍ଦ କର, ଶୋକାର୍ତ୍ତମାନଙ୍କ ସହିତ ସମଦୁଃଖୀ ହୁଅ।

Gade chapit la Kopi

ପବିତ୍ର ବାଇବଲ

15 ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ।

Gade chapit la Kopi




ରୋମୀୟ 12:15
20 Referans Kwoze  

ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।


ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।


ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?


ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।


ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;


କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?


ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।


ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।


ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।


ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,


ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।


ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;


ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”


Swiv nou:

Piblisite


Piblisite