Biblia Todo Logo
Bib sou entènèt

- Piblisite -




ରୋମୀୟ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ।

Gade chapit la Kopi

ଓଡିଆ ବାଇବେଲ

1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଶାସକମାନଙ୍କର ବାଧ୍ୟ ହେବା ପ୍ରତ୍ୟେକର କର୍ତ୍ତବ୍ୟ, କାରଣ ଈଶ୍ୱରଙ୍କ ଅନୁମତି ବିନା କେହି ଶାସନ କ୍ଷମତା ପାଏ ନାହିଁ। କ୍ଷମତାରେ ଥିବା ଶାସକମାନେ ଈଶ୍ୱରଙ୍କ ଦ୍ୱାରା ପ୍ରତିଷ୍ଠିତ।

Gade chapit la Kopi

ପବିତ୍ର ବାଇବଲ

1 ପ୍ରତ୍ୟେକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ୱୀକାର କରିବା ଉଚିତ୍। କାରଣ ସେମାନଙ୍କ ଏହି କ୍ଷମତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁମାନେ ଅଧିକାରୀ, ପରମେଶ୍ୱରଙ୍କ ଦ୍ୱାରା ସେମାନଙ୍କୁ ଏହି କ୍ଷମତା ପ୍ରଦାନ କରାଯାଇଛି।

Gade chapit la Kopi




ରୋମୀୟ 13:1
25 Referans Kwoze  

ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”


ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।


ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।


ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।


ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।


ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।


ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।


ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।


Swiv nou:

Piblisite


Piblisite