Biblia Todo Logo
Bib sou entènèt

- Piblisite -




ରୋମୀୟ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।

Gade chapit la Kopi




ରୋମୀୟ 13:14
11 Referans Kwoze  

ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।


ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।


ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।


ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।


Swiv nou:

Piblisite


Piblisite