Biblia Todo Logo
Bib sou entènèt

- Piblisite -




ରୋମୀୟ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଖାଦ୍ୟ ସକାଶେ ଈଶ୍ଵରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।

Gade chapit la Kopi

ଓଡିଆ ବାଇବେଲ

20 ଖାଦ୍ୟ ସକାଶେ ଈଶ୍ୱରଙ୍କର କର୍ମ ନଷ୍ଟ କର ନାହିଁ । ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ସାମାନ୍ୟ ଖାଦ୍ୟ ଯୋଗୁଁ ଈଶ୍ୱର ଯାହା ସାଧନ କରିଛନ୍ତି, ତାହା ନଷ୍ଟ କର ନାହିଁ। ଯେ କୌଣସି ଖାଦ୍ୟ ଭୋଜନ କରାଯାଇପାରେ। କିନ୍ତୁ କୌଣସି ଖାଦ୍ୟ ଖାଇବା ଦ୍ୱାରା ଯଦି ତୁମେ ଅନ୍ୟର ବାଧାର କାରଣ ହୁଅ, ତେବେ ସେହି ଖାଦ୍ୟ ଖାଇବା ଅନୁଚିତ।

Gade chapit la Kopi

ପବିତ୍ର ବାଇବଲ

20 ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ।

Gade chapit la Kopi




ରୋମୀୟ 14:20
13 Referans Kwoze  

କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।”


ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।


ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।”


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।


Swiv nou:

Piblisite


Piblisite