Biblia Todo Logo
Bib sou entènèt

- Piblisite -




ରୋମୀୟ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାଂସ ଭୋଜନ କିମ୍ଵା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।

Gade chapit la Kopi

ଓଡିଆ ବାଇବେଲ

21 ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ତୁମର ଆମିଷ ଭୋଜନ, ମଦ୍ୟପାନ ଇତ୍ୟାଦି ଯଦି ତୁମ ଭାଇକୁ ଦୁର୍ବଳ କରେ, ତେବେ ସେହି ସବୁରୁ ନିବୃତ୍ତ ହେବା ତୁମର ବିଧେୟ।

Gade chapit la Kopi

ପବିତ୍ର ବାଇବଲ

21 ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା'ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।

Gade chapit la Kopi




ରୋମୀୟ 14:21
13 Referans Kwoze  

ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।


ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।


କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”


ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।


ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।


Swiv nou:

Piblisite


Piblisite