Biblia Todo Logo
Bib sou entènèt

- Piblisite -




ରୋମୀୟ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭର ଯେଉଁ ବିଶ୍ଵାସ ଅଛି, ତାହା ତୁମ୍ଭେ ଈଶ୍ଵରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

22 ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ୱରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ । ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଏହି ବିଷୟରେ ତୁମ ବ୍ୟକ୍ତିଗତ ବିଶ୍ୱାସ କେବଳ ଈଶ୍ୱର ଜାଣନ୍ତୁ। ଯେଉଁ ବ୍ୟକ୍ତି ଉତ୍ତମ ମନେ କରି କୌରସି କାର୍ଯ୍ୟ କରେ, ପୁଣି ସେଥିପାଇଁ ପଛେ ତାକୁ ପଶ୍ଚାତ୍ତାପ କରିବାକୁ ପଡ଼େ ନାହିଁ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

22 ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ।

Gade chapit la Kopi




ରୋମୀୟ 14:22
13 Referans Kwoze  

ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,


ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।


ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।


ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।


ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।


ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?


କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।


ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।


ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।


Swiv nou:

Piblisite


Piblisite