Biblia Todo Logo
Bib sou entènèt

- Piblisite -




ରୋମୀୟ 15:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମୁଁ ସ୍ପେନ ଦେଶକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି।

Gade chapit la Kopi

ଓଡିଆ ବାଇବେଲ

24 ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ସ୍ପେନ୍ ଯିବା ବାଟରେ ତୁମ୍ଭମାନଙ୍କୁ ଦେଖି ଆସିବି ବୋଲି ଭାବିଛି। ତୁମ୍ଭମାନଙ୍କ ନିକଟରେ କିଛି ସମୟ ଅତିବାହିତ କରିବା ପରେ ତୁମ୍ଭମାନଙ୍କ ସାହାଯ୍ୟରେ ସ୍ପେନ୍ ଚାଲିଯିବ।

Gade chapit la Kopi

ପବିତ୍ର ବାଇବଲ

24 ଅତଏବ ମୁଁ ଯେତେବେଳେ ସ୍ପେନକୁ ଯିବି, ସେତେବେଳେ ତୁମ୍ଭମାନଙ୍କୁ ଦେଖା କରିବି। ଆଶାକରେ ଯେ ସ୍ପେନକୁ ଯିବାବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ସେଠାରେ ରହିବି ଓ ଆନନ୍ଦ ଉପଭୋଗ କରିବି। ତୁମ୍ଭେମାନେ ମୋତେ ମୋର ଯାତ୍ରାରେ ମଧ୍ୟ ସାହାଯ୍ୟ କରି ପାରିବ।

Gade chapit la Kopi




ରୋମୀୟ 15:24
9 Referans Kwoze  

ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି।


ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।


ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,


ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।


Swiv nou:

Piblisite


Piblisite