Biblia Todo Logo
Bib sou entènèt

- Piblisite -




ରୋମୀୟ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

3 କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋ' ଉପରେ ପଡ଼ିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଖ୍ରୀଷ୍ଟ ନିଜର ସୁଖ ପାଇଁ କିଛି କରୁ ନ ଥିଲେ। ବରଂ ଶାସ୍ତ୍ର ବାକ୍ୟ ଅନୁଯାୟୀ: “ସେମାନେ ତୁମକୁ ଦେଉଥିବା ଅପମାନ ମୁଁ ସହ୍ୟ କରୁଛି।”

Gade chapit la Kopi

ପବିତ୍ର ବାଇବଲ

3 ଖ୍ରୀଷ୍ଟ ମଧ୍ୟ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରି ନ ଥିଲେ। ତାହାଙ୍କ ବିଷୟରେ ଶାସ୍ତ୍ର କୁହେ: “ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସେମାନେ ମୋର ବି ଅପମାନ କରିଛନ୍ତି।”

Gade chapit la Kopi




ରୋମୀୟ 15:3
19 Referans Kwoze  

କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।


ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।


“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”


ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, “ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।”


ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”


ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।


ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, “ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”


ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।


ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;


Swiv nou:

Piblisite


Piblisite