Biblia Todo Logo
Bib sou entènèt

- Piblisite -




ରୋମୀୟ 16:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ଵରଙ୍କ ଗୌରବ ହେଉ। ଆମେନ୍।

Gade chapit la Kopi

ଓଡିଆ ବାଇବେଲ

27 ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ୱରଙ୍କ ଗୌରବ ହେଉ । ଆମେନ୍‍ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଜ୍ଞାତା ଏକମାତ୍ର ଈଶ୍ୱର ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।

Gade chapit la Kopi

ପବିତ୍ର ବାଇବଲ

27 ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।

Gade chapit la Kopi




ରୋମୀୟ 16:27
24 Referans Kwoze  

ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍।


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।


ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।


Swiv nou:

Piblisite


Piblisite