Biblia Todo Logo
Bib sou entènèt

- Piblisite -




ରୋମୀୟ 2:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ସ୍ଵାଭାବିକ ଅସୁନ୍ନତି ଲୋକ ଯଦି ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ତେଣୁ ଶରୀରରେ ସୁନ୍ନତ ହୋଇ ନ ଥିବା ଯେଉଁଅଣଇହୁଦୀମାନେ ବ୍ରବସ୍ଥା ପାଳନ କରନ୍ତି, ସେମାନେ ତୁମ୍ଭମାନଙ୍କର ବିଚାର କରିବେ, କାରଣ ତୁମ୍ଭେମାନେ ଶରୀରରେ ସୁନ୍ନତ ହୋଇ ବ୍ୟବସ୍ଥା ପ୍ରାପ୍ତ ହୋଇଥିଲେ ସୁଦ୍ଧା, ତାହା ଲଙ୍ଘନ କରୁଛ,

Gade chapit la Kopi

ପବିତ୍ର ବାଇବଲ

27 ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ୟବସ୍ଥା ଅଛି ଓ ସୁନ୍ନତ ମଧ୍ୟ, କିନ୍ତୁ ତୁମ୍ଭେମାନେ ବ୍ୟବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହୋଇ ବ୍ୟବସ୍ଥା ପାଳନ କରୁଥିବା ଲୋକେ ଦେଖାଇ ଦେବେ ଯେ ତୁମ୍ଭେ ଦୋଷୀ ଅଟ।

Gade chapit la Kopi




ରୋମୀୟ 2:27
20 Referans Kwoze  

ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;


ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।


କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।


ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।


କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”


ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।


ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,


ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।


କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;


ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ।


ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?


କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।


Swiv nou:

Piblisite


Piblisite