Biblia Todo Logo
Bib sou entènèt

- Piblisite -




ରୋମୀୟ 2:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ।

Gade chapit la Kopi

ଓଡିଆ ବାଇବେଲ

29 କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଯେ ଅନ୍ତରରେ ଇହୁଦୀ, ସେ ହେଉଛି ପ୍ରକୃତ ଇହୁଦୀ। ପ୍ରକୃତ ସୁନ୍ନତ ହୃଦୟର ବିଷୟ; ତାହା ଆଧ୍ୟାତ୍ମିକ, ଆକ୍ଷରିକ ନୁହେଁ। ଏପରି ବ୍ୟକ୍ତି ମନୁଷ୍ୟଠାରୁ ପ୍ରଶଂସା ପାଇ ନ ପାରେ; ସେ ତାହା ପାଏ ଈଶ୍ୱରଙ୍କଠାରୁ।

Gade chapit la Kopi

ପବିତ୍ର ବାଇବଲ

29 ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।

Gade chapit la Kopi




ରୋମୀୟ 2:29
27 Referans Kwoze  

ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ।


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।


ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।


କିନ୍ତୁ ଯେପରି ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ବର୍ତ୍ତମାନ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାରେ ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।


ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;


କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”


କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।


କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।”


ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;


ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


Swiv nou:

Piblisite


Piblisite