Biblia Todo Logo
Bib sou entènèt

- Piblisite -




ରୋମୀୟ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକ ସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି; ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେମାନେ ସମସ୍ତେ ଈଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି; ସମସ୍ତେ ଭ୍ରଷ୍ଟ ହୋଇଛନତି। କେହି ଜଣେ ହେଲେ ସତ୍କାର୍ଯ୍ୟ କରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ସମସ୍ତେ ସତ୍ୟ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ୟହୀନ ହୋଇ ଯାଇଛନ୍ତି। ସେଠାରେ କେହି ନାହିଁ ଯିଏ ଭଲ କରେ। ଏପରିକି ଜଣେ ମଧ୍ୟ ନୁହେଁ।”

Gade chapit la Kopi




ରୋମୀୟ 3:12
22 Referans Kwoze  

ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।


ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।


କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।


ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।


ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।


ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”


କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।


“ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।


ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, ‘ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।’”


ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।


ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;


ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,


Swiv nou:

Piblisite


Piblisite