Biblia Todo Logo
Bib sou entènèt

- Piblisite -




ରୋମୀୟ 3:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କିପ୍ରକାର ବ୍ୟବସ୍ଥା ଦ୍ଵାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ଵାରା? ନା, ବିଶ୍ଵାସର ବ୍ୟବସ୍ଥା ଦ୍ଵାରା।

Gade chapit la Kopi

ଓଡିଆ ବାଇବେଲ

27 ତେବେ ଗର୍ବ କେଉଁଠାରେ ? ତାହା ଦୂରୀକୃତ ହେଲା । କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା ? କ୍ରିୟାକର୍ମ ଦ୍ୱାରା ? ନୁହେଁ, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ତାହାହେଲେ କେଉଁ ବିଷୟରେ ଆମ୍ଭେମାନେ ଗର୍ବ କରିବା? ନା, ସେପରି ବିଷୟ କିଛି ନାହିଁ। ଗର୍ବ କରିବା ପାଇଁ ଆମ୍ଭମାନଙ୍କର କି କାରଣ ଥାଇପାରେ? କଅଣ ବ୍ୟବସ୍ଥା ପୁରାପୁରି ପାଳନ କରିଛୁ ବୋଲି? ନା, କେବଳ ବିଶ୍ୱାସ ହିଁ ଆମ ଗର୍ବର କାରଣ।

Gade chapit la Kopi

ପବିତ୍ର ବାଇବଲ

27 ତା'ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି।

Gade chapit la Kopi




ରୋମୀୟ 3:27
26 Referans Kwoze  

ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ?


କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ।


କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।


କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,


ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି।


ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।


କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?


କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।


କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।


କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,


ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନ ଅନୁସାରେ ଈଶ୍ବରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,


କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।


କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।


ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।


କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।


Swiv nou:

Piblisite


Piblisite