Biblia Todo Logo
Bib sou entènèt

- Piblisite -




ରୋମୀୟ 3:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତେବେ, ଆମ୍ଭେମାନେ କି ବିଶ୍ଵାସ ଦ୍ଵାରା ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

31 ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ଏହାର ଅର୍ଥ କଅଣ, ଆମେ ବିଶ୍ୱାସ ଦ୍ୱାରା ବ୍ୟବସ୍ଥାକୁ ଲୋପ କରିବାକୁ ଯାଉଛୁ? କଦାପି ନୁହେଁ। ବିଶ୍ୱାସ ଦ୍ୱାରା ଆମେ ବ୍ୟବସ୍ଥାର ଭିତ୍ତିମୂଳ ଦୃଢ଼ କରୁଛୁ।

Gade chapit la Kopi

ପବିତ୍ର ବାଇବଲ

31 ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।

Gade chapit la Kopi




ରୋମୀୟ 3:31
27 Referans Kwoze  

ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।


ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।


ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଈଶ୍ବରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଏବଂ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।


କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।


ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।


ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।


କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,


ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।


ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”


‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।


ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”


ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”


ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,


ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ?


Swiv nou:

Piblisite


Piblisite