Biblia Todo Logo
Bib sou entènèt

- Piblisite -




ରୋମୀୟ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ଵାସ ଥିଲା, ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପିତା ଅବ୍ରାହାମ ସୁନ୍ନତ ହେବା ପୂର୍ବରୁ ଯେଉଁ ବିଶ୍ୱାସର ପରିଚୟ ଦେଇଥିଲେ, ଯଦି ସୁନ୍ନତ ହୋଇ ନ ଥିବା ଲୋକମାନେ ନିଜ ଜୀବନରେ ସେହି ପ୍ରକାର ବିଶ୍ୱାସ ଦେଖାଇ ପାରିବେ, ଅବ୍ରାହାମ ସେମାନଙ୍କର ମଧ୍ୟ ପିତା।

Gade chapit la Kopi

ପବିତ୍ର ବାଇବଲ

12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା'ହେଲେ ଅବ୍ରହାମ ସେମାନଙ୍କର ପିତା।

Gade chapit la Kopi




ରୋମୀୟ 4:12
14 Referans Kwoze  

ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।


ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,


ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାହାଙ୍କ ସହିତ ସେହି ଭାଇଙ୍କୁ ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’


ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।


“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।


ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,


କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।


Swiv nou:

Piblisite


Piblisite