Biblia Todo Logo
Bib sou entènèt

- Piblisite -




ରୋମୀୟ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ଵାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ଵରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ୱରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କିନ୍ତୁ ଏ ଦୁହିଁଙ୍କ ମଧ୍ୟରେ ବହୁତ ପାର୍ଥକ୍ୟ ଅଛି। ଆଦମଙ୍କ ପାପ ଓ ଈଶ୍ୱରଙ୍କ ଅମୂଲ୍ୟ ଦାନର ଶକ୍ତି ସମାନ ନୁହେଁ। ଗୋଟିଏ ବ୍ୟକ୍ତିର ପାପ ହେତୁ ଅନେକେ ମୃତ୍ୟୁଭୋଗ କଲେ। କିନ୍ତୁ ଈଶ୍ୱର ତାଙ୍କ ମହା ଅନୁଗ୍ରହରେ, ଆଉ ଜଣେ ବ୍ୟକ୍ତି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କ ପାଇଁ ଯେଉଁ ଦାନର ବ୍ୟବସ୍ଥା କଲେ, ତାହା ଅଧିକ ଶକ୍ତିଶାଳୀ।

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନେକ ଲୋକ ମୃତ୍ୟୁ ବରଣ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନେକ ଲୋକ ଜଣେ ଲୋକର ଅନୁଗ୍ରହ ହେତୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।

Gade chapit la Kopi




ରୋମୀୟ 5:15
20 Referans Kwoze  

କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।


ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।


ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


Swiv nou:

Piblisite


Piblisite