Biblia Todo Logo
Bib sou entènèt

- Piblisite -




ରୋମୀୟ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅତଏବ, ଜଣକର ଅପରାଧର ଫଳ ସ୍ଵରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ତାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ଵରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।

Gade chapit la Kopi

ଓଡିଆ ବାଇବେଲ

18 ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଜଣକର ପାପ ଯେପରି ସମଗ୍ର ମନୁଷ୍ୟ ଜାତିକୁ ଦଣ୍ଡନୀୟ କରାଇଲ. ସେହିପରି ଜଣକର ଧାର୍ମିକତା ସମଗ୍ର ମନୁଷ୍ୟ ଜାତି ପାଇଁ ମୁକ୍ତି ଓ ଜୀବନର ସୁଯୋଗ ଆଣି ଦେଇଛି।

Gade chapit la Kopi

ପବିତ୍ର ବାଇବଲ

18 ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ୟୁରେ ଦଣ୍ଡିତ କଲା, ସେହିଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସେହି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦେବ।

Gade chapit la Kopi




ରୋମୀୟ 5:18
17 Referans Kwoze  

ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।


କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।


କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।


ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।


ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।


ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାହାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନ ନଦୀର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।


Swiv nou:

Piblisite


Piblisite