Biblia Todo Logo
Bib sou entènèt

- Piblisite -




ରୋମୀୟ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ।

Gade chapit la Kopi

ଓଡିଆ ବାଇବେଲ

21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପାପ ଯେପରି ମୃତ୍ୟୁ ଦ୍ୱାରା ନିଜର ଆଧିପତ୍ୟ ପ୍ରତିଷ୍ଠା କରିଥିଲା, ସେହିପରି ଈଶ୍ୱରଙ୍କ ଅନୁଗ୍ରହ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଆମ୍ଭମାନଙ୍କୁ ଧାର୍ମିକ ଗଣ୍ୟ କରି ଅନନ୍ତ ଜୀବନ ଦିଏ।

Gade chapit la Kopi

ପବିତ୍ର ବାଇବଲ

21 ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ୟୁକୁ ବ୍ୟବହାର କଲା। କିନ୍ତୁ ପରମେଶ୍ୱର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହାଦ୍ୱାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ରହିଲେ। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ଅନନ୍ତ ଜୀବନ ଆଣିଲା।

Gade chapit la Kopi




ରୋମୀୟ 5:21
19 Referans Kwoze  

କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।


କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।


ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


Swiv nou:

Piblisite


Piblisite