Biblia Todo Logo
Bib sou entènèt

- Piblisite -




ରୋମୀୟ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସତ୍ଚରିତ୍ରରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଧୈର୍ଯ୍ୟରୁ ବଳିଷ୍ଠ ଚରିତ୍ର ଓ ବଳିଷ୍ଠ ଚରିତ୍ରରୁ ଭରସା ଜାତ ହୁଏ।

Gade chapit la Kopi

ପବିତ୍ର ବାଇବଲ

4 ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।

Gade chapit la Kopi




ରୋମୀୟ 5:4
17 Referans Kwoze  

ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।


ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


Swiv nou:

Piblisite


Piblisite