Biblia Todo Logo
Bib sou entènèt

- Piblisite -




ରୋମୀୟ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ଵାରା ସେ ଏକାଥରେ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ଵରଙ୍କ ପ୍ରତି ଜୀବିତ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ୱାରା ପାପର ଶକ୍ତିରୁ ଏକାବେଳକେ ବିମୁକ୍ତ ହେଲେ। ସେ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛନ୍ତି, ତାହା ଈଶ୍ୱରଙ୍କ ସହିତ ସଂଯୁକ୍ତ ଜୀବନ।

Gade chapit la Kopi

ପବିତ୍ର ବାଇବଲ

10 ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି।

Gade chapit la Kopi




ରୋମୀୟ 6:10
10 Referans Kwoze  

ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।


ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”


ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।


Swiv nou:

Piblisite


Piblisite