Biblia Todo Logo
Bib sou entènèt

- Piblisite -




ରୋମୀୟ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ, ଯେଣୁ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।

Gade chapit la Kopi

ଓଡିଆ ବାଇବେଲ

14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ ନ କରୁ। ତୁମ୍ଭେମାନେ ଆଉ ବ୍ୟବସ୍ଥାର ଅଧୀନ ନୁହଁ। କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହରେ ଆଶ୍ରିତ।

Gade chapit la Kopi

ପବିତ୍ର ବାଇବଲ

14 ପାପ ତୁମ୍ଭମାନଙ୍କର ସ୍ୱାମୀ ହେବ ନାହିଁ। କାରଣ ତୁମ୍ଭେମାନେ ବ୍ୟବସ୍ଥାର ବନ୍ଧନରେ ନୁହଁ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କ ଅନୁଗ୍ରହରେ ଜୀବିତ ଅଛ।

Gade chapit la Kopi




ରୋମୀୟ 6:14
25 Referans Kwoze  

କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।


କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।


କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,


ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;


ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।


ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।


ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;


ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।


ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।


ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।


ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।


Swiv nou:

Piblisite


Piblisite