Biblia Todo Logo
Bib sou entènèt

- Piblisite -




ରୋମୀୟ 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ଵରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନ; ଜୀବନ।

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ମୁକ୍ତି ପାଇ ଈଶ୍ୱରଙ୍କ ଦାସ ହୋଇଛ। ଏହାର ଲାଭ ହେଉଛି, ଈଶ୍ୱରଙ୍କଠାରେ ସମ୍ପୂର୍ଣ୍ଣ ଭାବେ ଆତ୍ମସମର୍ପଣ ଏବଂ ଏହାର ପରିଣାମ ଅନନ୍ତ ଜୀବନ।

Gade chapit la Kopi

ପବିତ୍ର ବାଇବଲ

22 କିନ୍ତୁ ଏବେ ତୁମ୍ଭେମାନେ ପାପରୁ ମୁକ୍ତ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କର ଦାସ ଓ ଏହା କେବଳ ପରମେଶ୍ୱରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦେବ। ତା'ପରେ ତୁମ୍ଭେମାନେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।

Gade chapit la Kopi




ରୋମୀୟ 6:22
40 Referans Kwoze  

ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।


ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।


କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।


ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ।


ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,


ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।


କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।


ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”


ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।


ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),


ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।


ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”


ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ।


ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;


ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?”


ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”


ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।


ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?


ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”


ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


Swiv nou:

Piblisite


Piblisite