Biblia Todo Logo
Bib sou entènèt

- Piblisite -




ରୋମୀୟ 6:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ।

Gade chapit la Kopi

ଓଡିଆ ବାଇବେଲ

23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅଯାଚିତ ଦାନ ହେଉଛି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଅନନ୍ତ ଜୀବନ।

Gade chapit la Kopi

ପବିତ୍ର ବାଇବଲ

23 ପାପର ସ୍ୱାଭାବିକ ପରିଣତି ମୃତ୍ୟୁ। କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତାରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।

Gade chapit la Kopi




ରୋମୀୟ 6:23
41 Referans Kwoze  

ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।


ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।


ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।


ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।


ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।


ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।


କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।


କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,


ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।


Swiv nou:

Piblisite


Piblisite