Biblia Todo Logo
Bib sou entènèt

- Piblisite -




ରୋମୀୟ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋʼଠାରେ ସବୁ ପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋ'ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ମୋଶାଙ୍କ ବ୍ୟବସ୍ଥା ବିନା ପାପ ମୃତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଉପରୋକ୍ତ ଆଜ୍ଞାର ସୁଯୋଗ ନେଇ ପାପ ମୋ’ ମନରେ ନାନା ପ୍ରକାର ସ୍ୱାର୍ଥପର ଅଭିଳାଷ ଜନ୍ମାଇଲା। ବ୍ୟବସ୍ଥା ବିନା ପାପ ନିଷ୍କ୍ରିୟ।

Gade chapit la Kopi

ପବିତ୍ର ବାଇବଲ

8 ଏହି ଆଦେଶ ଅନୁସାରେ ମୋ’ ଭିତରେ ସମସ୍ତ ପ୍ରକାରର ଭୁଲ୍ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହେତୁ ପାପ ମୋ’ ପାଖକୁ ଆସିଲା। କିନ୍ତୁ ବ୍ୟବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।

Gade chapit la Kopi




ରୋମୀୟ 7:8
12 Referans Kwoze  

କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା।


ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;


କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।


ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।


ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,


ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ।


ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି।


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;


କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।


ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;


Swiv nou:

Piblisite


Piblisite