Biblia Todo Logo
Bib sou entènèt

- Piblisite -




ରୋମୀୟ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ଵିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ଵରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ-ଉତ୍ତରାଧିକାରୀ ଅଟୁ।

Gade chapit la Kopi

ଓଡିଆ ବାଇବେଲ

17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯେହେତୁ ଆମେ ଈଶ୍ୱରଙ୍କ ସନ୍ତାନ, ତାଙ୍କ ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ଆଶୀର୍ବାଦରେ ଆମେ ଅଂଶୀ ହେବୁ। ପୁଣି ଖ୍ରୀଷ୍ଟଙ୍କ ପାଇଁ ଈଶ୍ୱର ଯାହା ଗଚ୍ଛିତ ରଖିଛନ୍ତି, ସେଥିରେ ମଧ୍ୟ ଆମ୍ଭମାନଙ୍କର ଭାଗ ଅଛି। ଯଦି ଆମ୍ଭେମାନେ ଯୀଶୁଙ୍କ ଦୁଃଖଭୋଗର ଅଂଶୀ ହୋଇଛୁ, ତେବେ ତାଙ୍କ ଗୌରବରେ ମଧ୍ୟ ଅଂଶୀ ହେବୁ।

Gade chapit la Kopi

ପବିତ୍ର ବାଇବଲ

17 ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା'ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।

Gade chapit la Kopi




ରୋମୀୟ 8:17
35 Referans Kwoze  

ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।


ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।


ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।


ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;


ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।


ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।


କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”


କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।


ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;


Swiv nou:

Piblisite


Piblisite