Biblia Todo Logo
Bib sou entènèt

- Piblisite -




ରୋମୀୟ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ମୋ' ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯେଉଁ ଗୌରବମୟ ଭବିଷ୍ୟତରେ ଆମେମାନେ ପ୍ରବେଶ କରିବା, ତା’ ତୁଳନାରେ ବର୍ତ୍ତମାନର ଦୁଃଖ ଭୋଗ କିଛି ନୁହେଁ। ସେହି ସମୟରେ ଈଶ୍ୱର ତାଙ୍କ ସନ୍ତାନମାନଙ୍କୁ ପ୍ରକାଶ କରିବେ।

Gade chapit la Kopi

ପବିତ୍ର ବାଇବଲ

18 ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତ‌‌ରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।

Gade chapit la Kopi




ରୋମୀୟ 8:18
15 Referans Kwoze  

ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।


ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।


Swiv nou:

Piblisite


Piblisite