Biblia Todo Logo
Bib sou entènèt

- Piblisite -




ରୋମୀୟ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ଵରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ଵନ୍ଧୀୟ ସ୍ଵାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ଵରୁ ମୁକ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଦିନେ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବର ଭାଗୀ ହୋଇ ସେ ମଧ୍ୟ ତା’ର କ୍ଷୟମାଣ ଅବସ୍ଥାରୁ ମୁକ୍ତିଲାଭ କରିବ।

Gade chapit la Kopi

ପବିତ୍ର ବାଇବଲ

21 ଯେପରି ପରମେଶ୍ୱର ସୃଷ୍ଟି କରିଥିବା ପ୍ରତ୍ୟେକ ବସ୍ତୁ ବିନାଶରୁ ମୁକ୍ତ ହେବ। ଏହି ଭରସା ଥିଲା ଯେ ପରମେଶ୍ୱରଙ୍କ ସନ୍ତାନମାନଙ୍କ ପାଇଁ ଯାହାକିଛି ନିର୍ମିତ ହୋଇଛି ସେଗୁଡ଼ିକ ସେହି ସ୍ୱଚ୍ଛନ୍ଦ ଓ ମହିମାର ଭାଗୀ ହେବେ।

Gade chapit la Kopi




ରୋମୀୟ 8:21
8 Referans Kwoze  

ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।


ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।


ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।


ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।


ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;


ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।


Swiv nou:

Piblisite


Piblisite