ରୋମୀୟ 8:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)27 ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କଅଣ, ତାହା ଜାଣନ୍ତି, କାରଣ ସେ ଈଶ୍ଵରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି। Gade chapit laଓଡିଆ ବାଇବେଲ27 ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କ'ଣ, ତାହା ଜାଣନ୍ତି, କାରଣ ସେ ଈଶ୍ୱରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)27 ଈଶ୍ୱର ତା’ ବୁଝିପାରନ୍ତି, କାରଣ ସେ ଅନ୍ତର୍ଯ୍ୟାମୀ ଓ ପବିତ୍ରଆତ୍ମା ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ତାଙ୍କ ଲୋକମାନଙ୍କ ପାଇଁ ଅନୁନୟ କରୁଥାଆନ୍ତି। Gade chapit laପବିତ୍ର ବାଇବଲ27 ଲୋକମାନଙ୍କର ହୃଦୟରେ କ’ଣ ଅଛି ପରମେଶ୍ୱର ତାହା ଦେଖି ପାରନ୍ତି। ପରମେଶ୍ୱର ଆତ୍ମାର ମନରେ କ’ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ୱର ଜେପରି ଇଚ୍ଛା କରନ୍ତି, ସେହିଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।