Biblia Todo Logo
Bib sou entènèt

- Piblisite -




ରୋମୀୟ 8:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଈଶ୍ଵରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ଵର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

33 ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିପାରିବ? ସେମାନଙ୍କୁ ନିର୍ଦ୍ଦୋଷ ବୋଲି ସ୍ୱୟଂ ଈଶ୍ୱର ଘୋଷଣା କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

33 ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି।

Gade chapit la Kopi




ରୋମୀୟ 8:33
19 Referans Kwoze  

ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।


ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”


ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି।


ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,


Swiv nou:

Piblisite


Piblisite